ମାଟ୍ରିକ୍ ଫଳାଫଳ ପ୍ରକାଶ ପାଇବ ସେ ନେଇ ପରୀକ୍ଷାର୍ଥୀଙ୍କ ମନରେ ଯେଉଁ ଉତ୍ସୁକତା ରହିଥିଲା। ଏବେ ତାହା ଖୁବ୍ ଶୀଘ୍ର ଶେଷ ହେବାକୁ ଯାଉଛି। ଚଳିତ ମାସ ଶେଷ ସୁଦ୍ଧା ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ସୂଚନା ରହିଛି। ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଏ ସଂକ୍ରାନ୍ତରେ ସୂଚନା ପ୍ରଦାନ କରାଯାଇଛି। ଜୁଲାଇ ମାସ ଶେଷ ସୁଦ୍ଧା ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ରାମାଶିଷ ହାଜରା କହିଛନ୍ତି।