You are currently viewing ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି !

ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି !

ଭୁବନେଶ୍ୱର-୨୮.୦୯.୨୦୨୧, ଗତକାଲି ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ ଆଜି ଉତ୍ତରପୂର୍ବ ତଥା ପାର୍ଶ୍ଵବର୍ତ୍ତୀ ପୂର୍ବ-ମଧ୍ୟମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି । ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ତଥା ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି | ଯାହା ଆଗାମୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାରେ ସମ୍ଭାବନା ରହିଛି | ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ୩୦ ତାରିଖ ଯାଏଁ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ସେପଟେ ଆସନ୍ତା ୫ ଦିନ ଯାଏ କେନ୍ଦ୍ରୀୟ ଓ ଦକ୍ଷିଣ ଉପକୂଳ ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହୋଇପାରେ । ଉତ୍ତର ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ୨୯ ରୁ ବର୍ଷା ବଢିବ । ଦକ୍ଷିଣ ଓଡିଶାରେ ସ୍ୱଳ୍ପ ବର୍ଷା ହେବା ସହ ୧ କିମ୍ବା ୨ ତାରିଖରୁ ବର୍ଷାର ପରିମାଣ ବଢିବ ବୋଲି ସୂଚନା ରହିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।