You are currently viewing ଆଜି ରାଜ୍ୟରୁ ୩୪୦ ଜଣ କରୋନା ପଜିଟିଭ ଚିହ୍ନଟ,୫ ମୃତ

ଆଜି ରାଜ୍ୟରୁ ୩୪୦ ଜଣ କରୋନା ପଜିଟିଭ ଚିହ୍ନଟ,୫ ମୃତ

ଭୁବନେଶ୍ୱର(ଏ ଏନ ଏସ) ୧୮.୧୦.୨୦୨୧ , ଆଜି ରାଜ୍ୟରୁ ୩୪୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୦ରୁ ୧୮ ବର୍ଷ ମଧ୍ୟରେ ୫୦ ଜଣ କରୋନାରେ ଆକ୍ରାନ୍ତ ଚିହ୍ନଟ । ସଂକ୍ରମିତଙ୍କ ମଧ୍ୟରୁ ୧୯୯ ଜଣ କ୍ୱାରେଣ୍ଟାଇନରୁ ହୋଇଥିବା ବେଳେ ୧୪୧ ଜଣ ଲୋକାଲ କେସ୍ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୪୧୭, ସୁସ୍ଥ ସଂଖ୍ୟା- ୧୦ ଲକ୍ଷ ୨୨  ହଜାର ୨୫୦ଜଣ , ସମୁଦାୟ ସକ୍ରିୟ ସଂଖ୍ୟା ୪ ହଜାର ୮୨୪ । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୯ ଜଣ ଆକ୍ରାନ୍ତ ଚିହ୍ନଟ ।
ସେହିପରି ଗତ ୨୪ ଘଣ୍ଟାରେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୨, ବରଗଡ଼, ଝାରସୁଗୁଡ଼ା ଓ ଖୋର୍ଦ୍ଧାରୁ ଜଣ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୨୯୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।