You are currently viewing ଦୁଇଟି ଟ୍ରକ୍ ମୁହାଁମୁହିଁ ଧକ୍କା, ଡ୍ରାଇଭର ଗୁରୁତର

ଦୁଇଟି ଟ୍ରକ୍ ମୁହାଁମୁହିଁ ଧକ୍କା, ଡ୍ରାଇଭର ଗୁରୁତର

  • Post category:ଓଡିଶା
  • Reading time:1 mins read

କେନ୍ଦୁଝର(ଏଏନଏସ)୧୦.୦୧.୨୦୨୨, କେନ୍ଦୁଝର ଜିଲ୍ଲା ୪୯ ନମ୍ବର ଜାତୀୟ ରାଜପଥ ଖିରେଇଟାଙ୍ଗିର ପଟ୍ରୋଲ ପମ୍ପ ନିକଟରେ ମର୍ମଦୁନ୍ତ ସଡ଼କ ଦୁର୍ଘଟଣା । ଦୁଇଟି ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଦୁର୍ଘଟଣାରେ ଟ୍ରକ୍ ଡ୍ରାଇଭର ଗୁରୁତର ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି ।
ସୂଚନାନୁସାରେ, ଜିଲ୍ଲା ଖିରେଇଟାଙ୍ଗିର ପଟ୍ରୋଲ ପମ୍ପ ନିକଟରେ ଏହି ଦୁର୍ଘଟଣା ଘଟିଛି । ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଟ୍ରକକୁ ସାମ୍ନା ପଟୁ ଆସି ଆଉ ଏକ ଟ୍ରକ ଧକ୍କା ଦେଇଥିଲା । ଫଳରେ ଡ୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।ଘଟଣାସ୍ଥଳରେ ପୋଲିସ ପହଞ୍ଚି ଉଭୟ ଗାଡ଼ିକୁ ଜବତ କରିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।