You are currently viewing ପୁରୀରେ ମହାପ୍ରଭୁଙ୍କ ଫଗୁ ଦଶମୀ ପାଇଁ ସ୍ୱତନ୍ତ୍ର ନୀତିକାନ୍ତି

ପୁରୀରେ ମହାପ୍ରଭୁଙ୍କ ଫଗୁ ଦଶମୀ ପାଇଁ ସ୍ୱତନ୍ତ୍ର ନୀତିକାନ୍ତି

ପୁରୀ(ଏଏନଏସ)୧୩/୦୩,  ଶ୍ରୀମନ୍ଦିରରେ ସପ୍ତାହ ଧରି ଦୋଳ ଉତ୍ସବ ଆରମ୍ଭ ହେବ। ଏନେଇ ଆଜି ମହାପ୍ରଭୁଙ୍କ ଫଗୁ ଦଶମୀ ପାଇଁ ସ୍ୱତନ୍ତ୍ର ନୀତିକାନ୍ତି କରାଯାଉଛି। ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଦୋଳଯାତ୍ରା ଅନ୍ୟତମ  ।
ଆଜି ଫଗୁ ଦଶମୀରେ ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଶେଷ ହେବାପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଚଳନ୍ତି ପ୍ରତିମା ଦୋଳ ଗୋବିନ୍ଦ, ଭୂଦେବୀ, ଶ୍ରୀଦେବୀ ସ୍ୱତନ୍ତ୍ର ବିମାନରେ ବସି ଶ୍ରୀଜଗନ୍ନାଥ ବଲ୍ଲଭ ମଠକୁ ଯିବେ । ସେଠାରେ ଅବିର ଓ ଫଗୁ ଲାଗି କରାଯିବ

ବିଶ୍ୱାସ ରହିଛି ଯେ, ଫାଲଗୁନ ଶୁକ୍ଳ ଦଶମୀରୁ ଚୈତ୍ର କୃଷ୍ଣ ପ୍ରତିପଦା ପର୍ଯ୍ୟନ୍ତ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୂଣ୍ୟ ମିଳିଥାଏ । ଏହି ଅବସରରେ ମହାପ୍ରଭୁଙ୍କ ଚାଚେରୀ ବେଶ ଓ ଚାଚେରୀ ଭୋଗ ଅନୁଷ୍ଠିତ ହେବ।

ଆସନ୍ତା ଚତୁର୍ଦଶୀ ତିଥି ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଏହି ଚାଚେରୀ ବେଶରେ ମହାପ୍ରଭୁ ରକ୍ତବସ୍ତ୍ର ପରିଧାନ କରିବା ସହ ବିଭିନ୍ନ ଅଳଙ୍କାରରେ ସଜିତ ହେବେ | ପ୍ରତିଦିନ ମଧ୍ୟାହ୍ନଧୂପ ସରିବା ପରେ ମହାପ୍ରଭୁଙ୍କୁ ଏହି ବେଶରେ ସଜିତ କରାଯିବ |

ଆଜି ମଧ୍ୟ ଠାକୁର ଠାକୁରାଣୀଙ୍କୁ ଝିମିରି ଫଗୁ ଲାଗି କରାଯିବ। ସେପଟେ ଆସନ୍ତା ୧୭ ତାରିଖରେ ମେଣ୍ଢାପୋଡି ଉତ୍ସବ ଅନୁଷ୍ଠିତ ହେବାସହ ୧୮ ତାରିଖରେ ଦୋଳ ପୂର୍ଣ୍ଣିମା ଅନୁଷ୍ଠିତ ହେବ । ଏହି ଦିିନ ଚତୁର୍ଦ୍ଧାବିଗ୍ରହ ଲକ୍ଷାଧିିିକ  ଶ୍ରଦ୍ଧାଳୁଙ୍କୁ ସୁନାବେଶରେ ଦର୍ଶନ ଦେଵେ।

ଅନ୍ୟମାନଙ୍କୁ ଜଣାନ୍ତୁ।