dharmendra-naveen

ସମ୍ବଲପୁର ଗସ୍ତରେ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ 

ଏଏନଏସ: ବରଗଡ ଗସ୍ତରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୨୧୪୯ କୋଟି ଟଙ୍କା ମୂଲ୍ୟର ୬୨ଟି ଉନ୍ନୟନ ପ୍ରକଳ୍ପର ଉଦଘାଟନ ଓ ୨୬୩ କୋଟି ବ୍ୟୟରେ ୨୧ଟି ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଅନ୍ୟପଟେ ସମ୍ବଲପୁର ଗସ୍ତରେ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କହିଛନ୍ତି ସାଙ୍କେତିକ ପ୍ରକଳ୍ପରେ ଲୋକଙ୍କର ବିକାଶ ହୁଏ ନାହିଁ। ୨୦୨୪ ଫେବୃଆରୀ ଶେଷ ହେବାକୁ ବସିଲାଣି, ପଦ୍ମପୁର ଜିଲ୍ଲା କୁଆଡେ ଗଲା ବୋଲି ପ୍ରଶ୍ନ କରିଛନ୍ତି। ଏଭଳି ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ ଦୀର୍ଘ ସମୟ ଧରି ଲୋକଙ୍କୁ ପ୍ରଭାବିତ କରିବ ନାହିଁ ବୋଲି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ବରଗଡ ଗସ୍ତରେ ଯାଇ ଗଙ୍ଗାଧର ମେହେର ଜଳସେଚନର ପ୍ରକଳ୍ପର ଲୋକାର୍ପଣ କରିଥିବା ବେଳେ କର୍କଟ ରୋଗ ଚିକିତ୍ସା କେନ୍ଦ୍ରର ଉଦଘାଟନ କରିଛନ୍ତି । 

 

ଅନ୍ୟମାନଙ୍କୁ ଜଣାନ୍ତୁ।