rain

ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବାର ସମ୍ଭାବନା

  • Post category:ଓଡିଶା
  • Reading time:1 mins read

ଏଏନଏସ: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ କାଲି ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ଉତ୍ତର-ପୂର୍ବ ଦିଗକୁ ଗତି କରିବା ସହିତ ୨୪ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେଇ ଉତ୍ତର-ପୂର୍ବ ଦିଗକୁ ଗତି କରିପାରେ। ଏହାର ପ୍ରଭାବରେ ୨୧ତାରିଖରୁ ସମୁଦ୍ର ଅଶାନ୍ତ ହେବା ଆରମ୍ଭ ହେବ। ଏନେଇ ୨୩ ତାରିଖ ଠାରୁ ଦକ୍ଷିଣ ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ବାରଣ କରାଯାଇଛି।

ସମୁଦ୍ରରେ ଥିବା ମତ୍ସଜୀବୀଙ୍କୁ ୨୩ତାରିଖ ପୂର୍ବରୁ ଉପକୂଳକୁ ଫେରି ଆସିବା ସହ ୨୪ତାରିଖରେ ଉତ୍ତର ବଙ୍ଗୋପସାଗରରେ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି। ଆଗାମୀ ୫ଦିନରେ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୨୪ଘଂଟାରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବିଜୁଳି ସହ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଂଜ ଆଲର୍ଟ ଜାରି କରାଯାଇଛି। କାଲିଠାରୁ ବର୍ଷା, ପବନ ଓ ଘଡ଼ଘଡ଼ି ଲାଗି ରହିବ। ଘଡ଼ଘଡ଼ି ବର୍ଷା ହେବା ବେଳେ ୩୦-୪୦କିଲୋମିଟର ବେଗରେ ପବନ ବହିପାରେ। ସେପଟେ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ କମିସନର।

 

ଅନ୍ୟମାନଙ୍କୁ ଜଣାନ୍ତୁ।