You are currently viewing ୩ କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା, ଅନ୍ୟ ମନ୍ତ୍ରୀଙ୍କୁ ଅତିରିକ୍ତ ଦାୟିତ୍ଵ ଗ୍ରହଣ  

୩ କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା, ଅନ୍ୟ ମନ୍ତ୍ରୀଙ୍କୁ ଅତିରିକ୍ତ ଦାୟିତ୍ଵ ଗ୍ରହଣ  

ଭାରତରେ ୫ଟି ରାଜ୍ୟର ବିଧାନସଭା ନିର୍ବାଚନ ପରେ ଏବେ କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ଅଦଳବଦଳ ଦେଖିବାକୁ ମିଳିଛି। ନିର୍ବାଚନରେ ବିଜେପି ଟିକେଟରୁ ବିଜୟୀ ହୋଇଥିବା ୩ କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂ ତୋମର, ପ୍ରହ୍ଲାଦ ସିଂ ପଟେଲ ଓ ରେଣୁକା ସିଂ ସରୁତା ନିଜ ପଦରୁ ଇସ୍ତଫା ଦେଇଛନ୍ତି। ତେବେ ଏହି ଖାଲି ପଡ଼ିଥିବା ପଦବୀ ପୂରଣ ପାଇଁ ଅନ୍ୟ ୪ ଜଣ ମନ୍ତ୍ରୀଙ୍କୁ ଅତିରିକ୍ତ ଦାୟିତ୍ଵ ମିଳିଛି।

କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ପଦରୁ ନରେନ୍ଦ୍ର ସିଂ ତୋମରଙ୍କ ଇସ୍ତଫା ପରେ ମନ୍ତ୍ରୀ ଅର୍ଜୁନ ମୁଣ୍ଡାଙ୍କୁ ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ଵ ମିଳିଛି। ସେ ବର୍ତ୍ତମାନ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଅଛନ୍ତି।ସେହିପରି କେନ୍ଦ୍ର ଖାଦ୍ୟ ପ୍ରକ୍ରିୟାକରଣ ଓ ଜଳ ଶକ୍ତି ମନ୍ତ୍ରାଳୟର ରାଷ୍ଟ୍ରମନ୍ତ୍ରୀ ପଦରୁ ପ୍ରହ୍ଲାଦ ସିଂ ପଟେଲଙ୍କ ଇସ୍ତଫା ପରେ ଉକ୍ତ ପଦଗୁଡ଼ିକରେ ଅନ୍ୟ ମନ୍ତ୍ରୀମାନଙ୍କୁ ସାମିଲ କରାଯାଇଛି। କେନ୍ଦ୍ର କୃଷି ରାଷ୍ଟ୍ରମନ୍ତ୍ରୀ ଶୋଭା କରନ୍ଦଲାଜେଙ୍କୁ ଖାଦ୍ୟ ପ୍ରକ୍ରିୟାକରଣ ମନ୍ତ୍ରାଳୟର ରାଷ୍ଟ୍ରମନ୍ତ୍ରୀ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସେହପରି କେନ୍ଦ୍ର ଇଲେକଟ୍ରୋନିକ୍ସ ଓ ଆଇଟି ରାଷ୍ଟ୍ରମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର ଜଳଶକ୍ତି ମନ୍ତ୍ରାଳୟର ନୂଆ ରାଷ୍ଟ୍ରମନ୍ତ୍ରୀ ହୋଇଛନ୍ତି।

ସେହିପରି କେନ୍ଦ୍ର ଆଦିବାସୀ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ପଦରୁ ରେଣୁକା ସିଂ ସରୁତାଙ୍କ ଇସ୍ତଫା ପରେ ତାଙ୍କ ସ୍ଥାନରେ ଭାରତୀ ସିଂ ପୱାରଙ୍କୁ ଅତିରିକ୍ତ ଦାୟିତ୍ଵ ଦିଆଯାଇଛି। ସେ ବର୍ତ୍ତମାନ କେନ୍ଦ୍ର ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟରେ ରାଷ୍ଟ୍ରମନ୍ତ୍ରୀ ଅଛନ୍ତି।

ଅନ୍ୟପଟେ  ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ବିଜୟ ହାସଲ କରିଥିବା ବିଜେପି ଏ ଯାଏଁ ମୁଖ୍ୟମନ୍ତ୍ରୀ ଚୟନ କରିପାରିନାହିଁ। ଏହି ୩ ରାଜ୍ୟରେ କିଏ ମୁଖ୍ୟମନ୍ତ୍ରୀ ହେବ ତାହାକୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ୩ ଜଣ କେନ୍ଦ୍ରମନ୍ତ୍ରୀଙ୍କ ସମେତ ଅନ୍ୟ ନେତାମାନେ ଏହି ରେସରେ ସାମିଲ ହେବ ରାଜନୈତିକ ମାହୋଲକୁ ଆହୁରି ସରଗରମ କରିଛି। 

ଅନ୍ୟମାନଙ୍କୁ ଜଣାନ୍ତୁ।