You are currently viewing ଆସନ୍ତା ୩୧ରେ ରାଜ୍ୟପାଳ ଭାବେ ଶପଥ ନେବେ ରଘୁବର ଦାସ
The Chief Minister of Jharkhand, Shri Raghubar Das calling on the Prime Minister, Shri Narendra Modi, in New Delhi on January 04, 2015.

ଆସନ୍ତା ୩୧ରେ ରାଜ୍ୟପାଳ ଭାବେ ଶପଥ ନେବେ ରଘୁବର ଦାସ

ଭୁବନେଶ୍ୱର: ଓଡ଼ିଶାର ୨୬ ତମ ରାଜ୍ୟପାଳ ରଘୁବର ଦାସ ଆସନ୍ତା ୨୯ରେ ଓଡ଼ିଶା ଆସିବେ। ଏହା ପରେ ଆସନ୍ତା ୩୧ରେ ହାଇକୋର୍ଟଙ୍କ ମୁଖ୍ୟ ବିଚାରପତି ତାଙ୍କୁ ଶପଥ ପାଠ କରାଇବେ। ତେବେ ନିଜର ଦାୟିତ୍ବକୁ ନିଷ୍ଠାର ସହ ତୁଲାଇବେ ବୋଲି କହିଛନ୍ତି ରଘୁବର। ଏଥି ସହ ଓଡ଼ିଶାର ବିକାଶ ପାଇଁ ରାଜ୍ୟ ସରକାରଙ୍କ ସହ ମିଳିତ ଭାବେ କାର୍ଯ୍ୟ କରିବେ ବୋଲି କହିଛନ୍ତି ।

ସୂଚନା ଥାଉ କି, ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେଉଛନ୍ତି ରଘୁବର ଦାସ। ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ସେ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଥିଲେ। ୫ ଥର ବିଧାୟକ ଭାବେ ମଧ୍ୟ ନିର୍ବାଚିତ ହୋଇଥିଲେ ରଘୁବର ଦାସ।

ଅନ୍ୟମାନଙ୍କୁ ଜଣାନ୍ତୁ।