You are currently viewing ଧନତେରାସରେ ସୁନା କିଣିବା ପୂର୍ବରୁ ଜାଣିରଖନ୍ତୁ କେତେ ଅଛି ଦର?

ଧନତେରାସରେ ସୁନା କିଣିବା ପୂର୍ବରୁ ଜାଣିରଖନ୍ତୁ କେତେ ଅଛି ଦର?

ଭୁବନେଶ୍ୱର: ଧନତେରାସ ଓ ଦୀପାବଳି ଅବସରରେ ଯଦି ଆପଣ ସୁନା କିଣିବାକୁ ଚାହୁଁଛନ୍ତି, ତା’ହେଲେ ଆପଣଙ୍କ ପାଇଁ ଏକ ଭଲ ଖବର। ସୁନା ଓ ରୂପା ଦର ହ୍ରାସ ପାଇଥିବା ଦେଖିବାକୁ ମିଳିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬, ୫୦୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୬୪୦ ଟଙ୍କା ହୋଇଛି।

ସେହିପରି ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୫୦୦ ଟଙ୍କା ଟଙ୍କା ଓ ୬୧,୬୪୦ ଟଙ୍କା ହୋଇଛି। ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୬,୫୦୦ଟଙ୍କା ଓ ୬୧,୬୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୬,୬୫୦ ଟଙ୍କା ଓ ୬୧,୭୯୦ ଟଙ୍କା ରହିଛି । ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୭,୧୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୨,୩୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୬,୫୦୦ ଟଙ୍କା ଓ ୬୧,୬୪୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୫,୦୦୦ଟଙ୍କା ରହିଛି।

ଅନ୍ୟମାନଙ୍କୁ ଜଣାନ୍ତୁ।