mithun-chakraborty

ଛାତିରେ ଯନ୍ତ୍ରଣା ଯୋଗୁ ହସ୍ପିଟାଲରେ ଭର୍ତ୍ତି ହେଲେ ବଲିଉଡ ଅଭିନେତା ମିଥୁନ ଚକ୍ରବର୍ତ୍ତୀ 

ବଲିଉଡ ଅଭିନେତା ତଥା ବିଜେପି ନେତା ମିଥୁନ ଚକ୍ରବର୍ତ୍ତୀ ହସ୍ପିଟାଲରେ ଭର୍ତ୍ତି। ଛାତିରେ ଯନ୍ତ୍ରଣା ହେବାରୁ ମିଥୁନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ ଆଜି ସକାଳେ ମିଥୁନଙ୍କ ଛାତିରେ ଯନ୍ତ୍ରଣା ହେବାରୁ ତୁରନ୍ତ ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲକୁ ନିଆଯାଇଥିଲା। ହସ୍ପିଟାଲରେ ସ୍ୱତନ୍ତ୍ର ଡାକ୍ତରୀ ଦଳ ତାଙ୍କର ଚିକିତ୍ସା କରୁଛନ୍ତି । 

ବଲିଉଡ ସମେତ ବିଭିନ୍ନ ଭାଷାରେ ନିର୍ମିତ ଫିଲ୍ମରେ ମିଥୁନ ଅଭିନୟ କରିଛନ୍ତି । ବେଶ କିଛି ବର୍ଷ ବଲିଉଡରେ ରାଜ କରିବା ପରେ ଗତ କିଛି ଦିନ ହେବ ରାଜନୀତିରେ ଏଣ୍ଟ୍ରି କରିଛନ୍ତି ମିଥୁନ୍ ଚକ୍ରବର୍ତ୍ତୀ । ଏବେ ପଶ୍ଚିମବଙ୍ଗ ବିଜେପି ରାଜନୀତିରେ ସେ ବେଶ ସକ୍ରିୟ ଅଛନ୍ତି। ଗତ କିଛି ଦିନ ପୂର୍ବରୁ ମିଥୁନଙ୍କୁ ପଦ୍ମ ଭୂଷଣ ସମ୍ମାନରେ ମଧ୍ୟ ସମ୍ମାନିତ କରାଯାଇଥିଲା ।

 

ଅନ୍ୟମାନଙ୍କୁ ଜଣାନ୍ତୁ।