‘ଜ୍ୱିଗାଟୋ’ ଫିଲ୍ମ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି । ପ୍ରଖ୍ୟାତ ଅଭିନେତ୍ରୀ ତଥା ନିର୍ଦ୍ଦେଶିକା ନନ୍ଦିତା ଦାସଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ଅଭିନୟ କରିଛନ୍ତି ହାସ୍ୟା ଅଭିନେତା କପିଲ ଶର୍ମା । ଜଣେ ଫୁଡ ଡେଲିଭରି ରାଇଡର ଓ ତାଙ୍କ ପରିବାରର ସଂଘର୍ଷପୂର୍ଣ୍ଣ ଜୀବନକୁ ନେଇ ‘ଜ୍ୱିଗାଟୋ’ ଫିଲ୍ମ ନିର୍ମିତ ହୋଇଛି । ହିନ୍ଦୀ ଭାଷାରେ ନିର୍ମିତ ଏହି ଫିଲ୍ମଟି ଭୁବନେଶ୍ୱରରେ ହିଁ ସୁଟିଂ କରାଯାଇଛି । ନବୀନ ନିବାସରେ ଏହି ଫିଲ୍ମର ସ୍ୱତନ୍ତ୍ର ସ୍କ୍ରିନିଂ ହୋଇଥିଲା । ଜଣେ ଫୁଡ୍ ଡେଲିଭରି ବ୍ୟକ୍ତି ଓ ତାଙ୍କ ପରିବାରର ସଂଘର୍ଷପୂର୍ଣ୍ଣ ଜୀବନକୁ ନେଇ ‘ଜ୍ୱିଗାଟୋ’ ଫିଲ୍ମ ନିର୍ମିତ ହୋଇଛି । ବିଶିଷ୍ଟ ଅଭିନେତା କପିଲ ଶର୍ମା ଓ ଅଭିନେତ୍ରୀ ସାହାନା ଗୋସ୍ବାମୀ ଏଥିରେ ପ୍ରମୁଖ ଭୂମିକାରେ ଅଭିନୟ କରିଛନ୍ତି । ସମାଜର ଅତ୍ୟନ୍ତ ସାଧାରଣ ଲୋକଙ୍କ ସଂଘର୍ଷପୂର୍ଣ୍ଣ ଜୀବନକୁ ଏହି ଚଳଚ୍ଚିତ୍ରରେ ସଫଳ ଭାବରେ ଉପସ୍ଥାପିତ କରାଯିବା ସହ କଳାତ୍ମକ ଦିଗ ପ୍ରତି ଧ୍ୟାନ ଦିଆ ଯାଇଥିବାରୁ ମୁଖ୍ୟମନ୍ତ୍ରୀ ଏହି ଚଳଚ୍ଚିତ୍ରର ଉଚ୍ଚପ୍ରଶଂସା କରିଥିଲେ । ସାମାଜିକ ପରିବର୍ତ୍ତନ ଦିଗରେ ଜ୍ବିଗାଟୋ ଏକ ସକାରାତ୍ମକ ବାର୍ତ୍ତା ଦେବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।ଏଥିସହ ଓଡ଼ିଶାରେ ଅଧିକରୁ ଅଧିକ ବ୍ୟବସାୟିକ ଚଳଚ୍ଚିତ୍ର ସୁଟିଂ କରାଯାଇ ପାରିବ ସେଥିପାଇଁ ରାଜ୍ୟ ସରକାର ଅନୁକୂଳ ନୀତି କାର୍ଯ୍ୟକାରୀ କରୁଛନ୍ତି ଏବଂ ଏ ଦିଗରେ ଚଳଚ୍ଚିତ୍ର ଶିଳ୍ପକୁ ମଧ୍ୟ ଉତ୍ସାହିତ କରୁଛନ୍ତି । ଏହାଦ୍ୱାରା ରାଜ୍ୟର ପର୍ଯ୍ୟଟନ ବିକାଶ ହେବା ସହିତ ପ୍ରତିଭାବାନ ଯୁବକ ଯୁବତୀମାନଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ