ନୂଆଦିଲ୍ଲୀ, କରୋନା ମହାମାରୀର ଶିକାର ଏବେ ନେତାଠାରୁ ଆରମ୍ଭ କରି ମନ୍ତ୍ରୀ ପର୍ଯ୍ୟନ୍ତ ପ୍ରାୟ ସମସ୍ତେ ହେଉଛନ୍ତି । ଏହାରି ମଧ୍ୟରେ ଉତ୍ତରପ୍ରଦେଶର କ୍ୟାବିନେଟ ମନ୍ତ୍ରୀ ସତୀଶ ମହାନାଙ୍କୁ କରେନା ହୋଇଥିବା ସୂଚନା ମିଳିଛି । ସେ ନିଜେ ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି । ଏହାସହ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ସଙ୍ଗରୋଧରେ ରହିବା ଓ କୋଭିଡ଼ ଟେଷ୍ଟ କରିବାକୁ ସେ ଅନୁରୋଧ କରିଛନ୍ତି ।