You are currently viewing ଦେଶରେ ଦିନକରେ ୧.୨୦ ଲକ୍ଷ କରୋନା ଆକ୍ରାନ୍ତ ଚିହ୍ନଟ, ୩,୩୮୦ ମୃତ

ଦେଶରେ ଦିନକରେ ୧.୨୦ ଲକ୍ଷ କରୋନା ଆକ୍ରାନ୍ତ ଚିହ୍ନଟ, ୩,୩୮୦ ମୃତ

ନୂଆଦିଲ୍ଲୀ-୦୫.୦୬.୨୦୨୧, ଦେଶରେ ଖସୁଛି ଆକ୍ରାନ୍ତଙ୍କ ସଂଖ୍ୟା । ଦେଶରେ ଦିନକରେ ୧ ଲକ୍ଷ ୨୦ ହଜାର ୫୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୨ କୋଟି ୮୬ ଲକ୍ଷ ୯୪ ହଜାର ୮୭୯କୁ ବୃଦ୍ଧି ପାଇଛି । ଦେଶରେ ୨୪ ଘଣ୍ଟାରେ କୋରୋନା ନେଲା ୩,୩୮୦ ଜଣଙ୍କ ଜୀବନ । ଏହାକୁ ମିଶାଇ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୪୪ ହଜାର ୮୨କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ଟିଭ କେସ୍- ୧୫ଲକ୍ଷ ୫୫ ହଜାର ୨୪୮ , ସୁସ୍ଥ- ୨ କୋଟି ୬୭ ଲକ୍ଷ ୯୫ ହଜାର ୫୪୯ ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।