ମୁମ୍ବାଇ-୨୩.୦୪.୨୦୨୧, ମୁମ୍ବାଇର ବିରାର ବିଜୟବଲ୍ଲଭ କୋଭିଡ କେୟାର ସେଣ୍ଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ୧୩ ଜଣ ରୋଗୀଙ୍କ ମୃତ୍ୟୁ ଘଟିଥିବା ସୂଚନା ରହିଛି । ସୂଚନା ଅନୁସାରେ, ଆଇସିୟୁରେ ସର୍ବମୋଟ ୧୭ ଜଣ ରୋଗୀ ଭର୍ତ୍ତି ହୋଇଥିଲେ । ଅଗ୍ନିକାଣ୍ଡରେ ୧୭ ଜଣଙ୍କ ମଧ୍ୟରୁ ୧୩ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ଅନ୍ୟ ରୋଗୀଙ୍କୁ ଉଦ୍ଧାର କରାଯାଇ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଏହି ଅଘଟଣ ଭୋର ସମୟରେ ଘଟିଛି । ଅଗ୍ନିକାଣ୍ଡର ସୂଚନା ପାଇବା ପରେ ଅଗ୍ନିଶମ ବାହିନୀ ସେଠାରେ ପହଞ୍ଚି ପ୍ରାୟ ଦୁଇ ଘଣ୍ଟା ପରେ ନିଆଁକୁ ଆୟତ୍ତ କରିଥିଲା । ତେବେ ନିଆଁ ଲାଗିବାର କାରଣ ସର୍ଟସର୍କିଟ ବୋଲି ସନ୍ଦେହ କରାଯାଉଛି ।
ଏହି ଖବର ପାଇବା ପରେ ଘଟଣାରେ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ଘୋଷଣା ସହ ଗୁରୁତର ରୋଗୀଙ୍କ ପାଇଁ ୫୦ ହଜାର ଟଙ୍କା ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ମିଳିବ ଏହି ସହାୟତା ରାଶି ।
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST