You are currently viewing ୨୪ ଘଣ୍ଟାରେ ୧୩ ହଜାର ୭୪୨ କୋରୋନା ଆକ୍ରାନ୍ତ ଚିହ୍ନଟ

୨୪ ଘଣ୍ଟାରେ ୧୩ ହଜାର ୭୪୨ କୋରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ- ଦେଶରେ ଦିନକରେ ୧୩ ହଜାର ୭୪୨ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୧୦ ଲକ୍ଷ ୩୦ ହଜାର ୧୭୬କୁ ବୃଦ୍ଧି ପାଇଛି । ଦେଶରେ ୨୪ ଘଣ୍ଟାରେ କୋରୋନା ନେଲା ୧୦୪ ଜୀବନ । ଏହାକୁ ମିଶାଇ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୫୬୭କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ଟିଭ କେସ୍- ୧,୪୬,୯୦୭, ସୁସ୍ଥ ସଂଖ୍ୟା -୧,୦୭,୨୬,୭୦୨। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।