ଆଜି ଦେଶରେ୧୪ ହଜାର ୫୪୫ କୋରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ଦେଶରେ ଦିନକରେ ୧୪ ହଜାର ୫୪୫ କୋରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଛି । ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୬ ଲକ୍ଷ ୨୫ ହଜାର ୪୨୮କୁ ବୃଦ୍ଧି ପାଇଛି । ଦେଶରେ ୨୪ ଘଣ୍ଟାରେ କୋରୋନା ନେଲା ୧୬୩ ଜଣଙ୍କ ଜୀବନ । ଏହାକୁ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୩ ହଜାର ୦୩୨କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ଟିଭ କେସ୍- ୧,୮୮,୬୮୮, ସୁସ୍ଥ ସଂଖ୍ୟା-୧,୦୨,୮୩,୭୦୮ । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.