ଆଜି ଦେଶରେ ୧୫ ହଜାର ୨୨୩ କୋରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ଦେଶରେ ଦିନକରେ ୧୫ ହଜାର ୨୨୩ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୬ ଲକ୍ଷ ୧୦ ହଜାର ୮୮୩କୁ ବୃଦ୍ଧି ପାଇଛି । ଦେଶରେ ୨୪ ଘଣ୍ଟାରେ କୋରୋନା ନେଲା ୧୫୧ ଜଣଙ୍କ ଜୀବନ । ଏହାକୁ ମିଶାଇ ଦେଶରେ ମୋଟ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୨ ହଜାର ୮୬୯କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ଟିଭ କେସ୍- ୧,୯୨,୩୦୮, ସୁସ୍ଥ ସଂଖ୍ୟା- ୧,୦୨,୬୫,୭୦୬ । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.