You are currently viewing ୨୪ ଘଣ୍ଟାରେ ୧୬,୮୩୮ କୋରୋନା ଆକ୍ରାନ୍ତ ଚିହ୍ନଟ

୨୪ ଘଣ୍ଟାରେ ୧୬,୮୩୮ କୋରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ଦେଶରେ ୨୪ ଘଣ୍ଟାରେ ୧୬ ହଜାର ୮୩୮ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା୧ କୋଟି ୧୧ ଲକ୍ଷ ୭୩ ହଜାର ୭୬୧ କୁ ବୃଦ୍ଧି ପାଇଛି । ଦେଶରେ ୨୪ ଘଣ୍ଟାରେ କୋରୋନା ନେଲା ୧୧୩ ଜଣଙ୍କ ଜୀବନ । ଏହାକୁ ମିଶାଇ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୭ ହଜାର ୫୪୮କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ଟିଭ କେସ୍- ୧,୭୬,୩୧୯, ସୁସ୍ଥ ସଂଖ୍ୟା ୧,୦୮,୩୯,୮୪୯ । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।