You are currently viewing ଦିନକରେ ୨.୧୧ଲକ୍ଷ କରୋନା ଆକ୍ରାନ୍ତ ଚିହ୍ନଟ ଏବଂ ୩,୮୪୭ ମୃତ

ଦିନକରେ ୨.୧୧ଲକ୍ଷ କରୋନା ଆକ୍ରାନ୍ତ ଚିହ୍ନଟ ଏବଂ ୩,୮୪୭ ମୃତ

ନୂଆଦିଲ୍ଲୀ-୨୭.୦୫.୨୦୨୧,ଦେଶରେ କ୍ରମାଗତ ଭାବେ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ସଂକ୍ରମଣ ବୃଦ୍ଧି ହୋଇଛି । ଦେଶରେ ଦିନକରେ ୨ ଲକ୍ଷ ୧୧ ହଜାର ୨୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୨ କୋଟି ୭୩ ଲକ୍ଷ ୬୯ ହଜାର ୯୩କୁ ବୃଦ୍ଧି ପାଇଛି । ଦେଶରେ ୨୪ ଘଣ୍ଟାରେ କୋରୋନା ନେଲା ୩,୮୪୭ ଜଣଙ୍କ ଜୀବନ । ଏହାକୁ ମିଶାଇ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୧୫ ହଜାର ୨୩୫କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ଟିଭ କେସ୍- ୨୪,୧୯,୯୦୭ , ସମୁଦାୟ ସୁସ୍ଥ ସଂଖ୍ୟା ୨,୪୬,୩୩,୯୫୧ । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।