ମୁମ୍ବାଇ, ଲାଲ ବାଗ ଅଞ୍ଚଳରେ ବିବାହ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ହୋଇ ଏଥିରେ 20ଜଣ ଲୋକ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କିଛି ଲୋକଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ଥିବା ସୂଚନା ମିଳିଛି । ପୋଲିସର ସୂଚନା ଅନୁଯାୟୀ, ଗଣେଶ ଗଳି ସ୍ଥିତ ସାରଙ୍ଗ ବିଲଡିଂରେ ଆଜି ଏହି ବିସ୍ଫୋରଣ ହୋଇଥିଲା । ବିବାହ କାର୍ଯ୍ୟକ୍ରମରେ ଖାଦ୍ୟ ପ୍ରସ୍ତୁତି ସମୟରେ ଗ୍ୟାସ ସିଲିଣ୍ଡରରୁ ଗ୍ୟାସ ଲିକ ହୋଇ ଏଭଳି ଘଟଣା ଘଟିଛି । ସେଠାରେ ଉପସ୍ଥିତ ଲୋକେ ଗ୍ୟାସ ଲିକ ବିଷୟରେ କ୍ୟାଟରର୍ସଙ୍କୁ ଜଣାଇଥିଲେ କିନ୍ତୁ ସେମାନେ ଏଥିପ୍ରତି ଧ୍ୟାନ ଦେଇନଥିଲେ ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ