You are currently viewing ୭୨ ହଜାର ଉପରେ ହେଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
Coronavirus. COVID-19. 3D Render

୭୨ ହଜାର ଉପରେ ହେଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ପୁଣି ବଢ଼ିଲା  କରୋନା ଆକ୍ରାନ୍ତଙ୍କ ସଂଖ୍ୟା | ଦେଶରେ ୨୪ ଘଣ୍ଟାରେ ୭୨ ହଜାର ୩୩୦ ଜଣ  କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା୧ କୋଟି ୨୨ ଲକ୍ଷ ୨୧ ହଜାର ୬୬୫କୁ ବୃଦ୍ଧି ପାଇଛି । ଦେଶରେ ୨୪ ଘଣ୍ଟାରେ  କରୋନା ନେଲା ୪୫୯ ଜୀବନ । ଏହାକୁ ମିଶାଇ ଦେଶରେ  କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୨ ହଜାର ୯୨୭କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ଟିଭ କେସ୍- ୫,୮୪,୦୫୫ , ସୁସ୍ଥ- ୧,୧୪,୭୪,୬୮୩ । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।