You are currently viewing ସୁପରସୋନିକ୍‌ କ୍ରୁଜ୍‌ ମିସାଇଲ୍‌ ବ୍ରହ୍ମୋସ୍‌ର ବ୍ୟାବହାରିକ ପରୀକ୍ଷଣ

ସୁପରସୋନିକ୍‌ କ୍ରୁଜ୍‌ ମିସାଇଲ୍‌ ବ୍ରହ୍ମୋସ୍‌ର ବ୍ୟାବହାରିକ ପରୀକ୍ଷଣ

ଚାନ୍ଦିପୁର: ଚାନ୍ଦିପୁରରେ ଥିବା ଅନ୍ତରୀଣ ପରୀକ୍ଷଣ ଘାଟିରୁ ବୁଧବାର ସୁପରସୋନିକ୍‌ କ୍ରୁଜ୍‌ ମିସାଇଲ୍‌ ବ୍ରହ୍ମୋସ୍‌ର ବ୍ୟାବହାରିକ ପରୀକ୍ଷଣ ହୋଇଯାଇଛି। ସକାଳ ୧୦ଟା ୨୭ରେ ଏହି ପରୀକ୍ଷଣ କ୍ଷେପଣାସ୍ତ୍ର କେନ୍ଦ୍ରର ୩ ନମ୍ବର ଲଞ୍ଚ୍‌ ପ୍ୟାଡ୍‌ରୁ ଡିଆରଡିଓ ପକ୍ଷରୁ ହୋଇଥିବା ସୂଚନା ରହିଛି। ଭାରତ ଓ ରୁଷିଆର ମିଳିତ ଜ୍ଞାନକୌଶଳରେ ତିଆରି ହୋଇଥିବା କ୍ଷେପଣାସ୍ତ୍ର ବ୍ରହ୍ମୋସ ୪୦୦ କିଲୋମିଟର ପର୍ଯ୍ୟନ୍ତ ଶତ୍ରୁପକ୍ଷର ଲକ୍ଷ୍ୟଭେଦ କରିପାରିବ। ଏହି କ୍ଷେପଣାସ୍ତ୍ରକୁ ଉଭୟ ଜଳ ଓ ସ୍ଥଳଭାଗରୁ ନିକ୍ଷେପ କରାଯାଇପାରିବ। ସୁପର ସୋନିକ କ୍ରୁଜ଼ ମିଜାଇଲ ବ୍ରହ୍ମୋସର ଲମ୍ବ ୮.୪ ମିଟର, ମୋଟେଇ ୦.୬ ମିଟର ଓ ଓଜନ ୩ ହଜାର କିଲୋଗ୍ରାମ ରହିଛି।

ଅନ୍ୟମାନଙ୍କୁ ଜଣାନ୍ତୁ।