ଚିତାଙ୍କ ସୁରକ୍ଷା ପାଇଁ ଚିନ୍ତା

ନୂଆଦିଲ୍ଲୀ (୮.୧୦.୨୨) : ଚିତାଙ୍କ ସୁରକ୍ଷା ପାଇଁ ଟାସ୍କ ଫୋର୍ସ ଗଠନ କରାଯାଇଛି । ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନ ଓ ଅନ୍ୟ ଉପଯୁକ୍ତ ନିର୍ଦ୍ଦିଷ୍ଟ ଅଞ୍ଚଳରେ ଚିତା ନୀରକ୍ଷଣ ପାଇଁ ଏକ ଟାସ୍କ ଫୋର୍ସ ଗଠନ ହୋଇଛି । ଏଥି ପାଇଁ ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣ ସମସ୍ତ ସହାୟତା ଯୋଗାଇ ଦେବ । ଏହି ଟାସ୍କ ଫୋର୍ସର ଅବଧି ଦୁଇବର୍ଷ ରହିବ ।   ଟାସ୍କ ଫୋର୍ସ ଦ୍ୱାରା ନିର୍ଦ୍ଧାରିତ ସମୟରେ ନିୟମିତ ଚିତା ପୁନର୍ବାସ ଅଞ୍ଚଳ ଗସ୍ତ କରିବା ପାଇଁ ଏକ ସବକମିଟି ଗଠନ କରା ଯାଇପାରିବ । ଚିତାଙ୍କ ମୂଳ ବାସସ୍ଥାନ ଓ ସେମାନଙ୍କ ଜୈବ ବିବିଧତା ସଂରକ୍ଷଣ ପାଇଁ ଚିତା ପୁନର୍ବାସନ ଏକ ପ୍ରୋଟୋଟାଇପ ତଥା ମଡେଲର ଅଂଶବିଶେଷ । ଏହା ଜୈବ ବିବିଧତାର ଅବକ୍ଷୟ ଓ ତ୍ୱରିତ କ୍ଷତି ରୋକିବାରେ ସାହାଯ୍ୟ କରିବ । ଏକ ପ୍ରମୁଖ ଶିକାରୀ ଜୀବର ପୁନର୍ବାସନ ଦ୍ୱାରା ଐତିହାସିକ ବିବର୍ତ୍ତନୀୟ ଭାରସାମ୍ୟ ପୁନଃ ସ୍ଥାପିତ ହୋଇ ପରିବେଶ ପ୍ରଣାଳୀର ବିଭିନ୍ନ ସ୍ତରରେ ବ୍ୟାପକ ପ୍ରଭାବ ପକାଇବ । ଚିତାକୁ ଫେରାଇ ଆଣିବା ଦ୍ୱାରା ସେମାନଙ୍କ ସଂରକ୍ଷଣ ଉଦ୍ୟମ ବେଶ ପ୍ରଭାବିତ ହେବ । ଚିତା ପୁନର୍ବାସନ ଦ୍ୱାରା ବନ୍ୟ ପରିବେଶ ପ୍ରଣାଳୀକୁ ବଞ୍ଚାଯାଇ ପାରିବ।  

Leave A Reply

Your email address will not be published.