You are currently viewing ୨୪ ଘଣ୍ଟାରେ ୯୬,୯୮୨ କରୋନା ଆକ୍ରାନ୍ତ ଚିହ୍ନଟ

୨୪ ଘଣ୍ଟାରେ ୯୬,୯୮୨ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ଦେଶରେ ୨୪ ଘଣ୍ଟାରେ ୯୬ ହଜାର ୯୮୨ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୨୬ ଲକ୍ଷ ୮୬ ହଜାର ୪୯କୁ ବୃଦ୍ଧି ପାଇଛି । ଦେଶରେ ୨୪ ଘଣ୍ଟାରେ କରୋନା ନେଲା ୪୪୬ ଜୀବନ । ଏହାକୁ ମିଶାଇ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୫ ହଜାର ୫୪୭କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ଟିଭ କେସ୍- ୭,୮୮,୨୨୩, ସୁସ୍ଥ- ୧,୧୭,୩୨,୨୭୯ । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।