You are currently viewing ଦିନକରେ ୫୩,୨୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଦିନକରେ ୫୩,୨୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ-୨୧.୦୬.୨୦୨୧, ଦେଶରେ କମୁଛି ସଂକ୍ରମଣ । ଦେଶରେ ଦିନକରେ ୫୩ ହଜାର ୨୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୨ କୋଟି ୯୯ ଲକ୍ଷ ୩୫ ହଜାର ୨୨୧କୁ ବୃଦ୍ଧି ପାଇଛି । ଦେଶରେ ୨୪ ଘଣ୍ଟାରେ ୧୪୨୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୮୮ ହଜାର ୧୩୫କୁ ପାଇଛି । ଦେଶରେ ମୋଟ ଆକ୍ଟିଭ କେସ୍ ୭ ଲକ୍ଷ ୨ ହଜାର ୮୮୭ , ସୁସ୍ଥ- ୨ କୋଟି ୮୮ ଲକ୍ଷ ୪୪ ହଜାର ୧୯୯ । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।