You are currently viewing ଦିନକରେ ୪୨,୬୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଦିନକରେ ୪୨,୬୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ-୨୨.୦୬.୨୦୨୧, ଦେଶରେ କମୁଛି ସଂକ୍ରମଣ । ଦେଶରେ ଦିନକରେ ୪୨ ହଜାର ୬୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୨ କୋଟି ୯୯ ଲକ୍ଷ ୭୭ ହଜାର ୮୬୧କୁ ବୃଦ୍ଧି ପାଇଛି । ଦେଶରେ ୨୪ ଘଣ୍ଟାରେ ୧୧୬୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୮୯ ହଜାର ୩୦୨କୁ ପାଇଛି । ଦେଶରେ ମୋଟ ଆକ୍ଟିଭ କେସ୍ ୬,୬୨,୫୨୧ , ସୁସ୍ଥ- ୨,୮୯,୨୬,୦୩୮ । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।