You are currently viewing କମୁଛି ସଂକ୍ରମଣ; ଦିନକରେ ୩୭,୫୬୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

କମୁଛି ସଂକ୍ରମଣ; ଦିନକରେ ୩୭,୫୬୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ-୨୯.୦୬.୨୦୨୧,ଦେଶରେ କମୁଛି କରୋନା ସଂକ୍ରମଣ। ଦେଶରେ ଦିନକରେ ୩୭ ହଜାର ୫୬୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୩ କୋଟି ୩ ଲକ୍ଷ ୧୬ ହଜାର ୮୯୭କୁ ବୃଦ୍ଧି ପାଇଛି । ଦେଶରେ ୨୪ ଘଣ୍ଟାରେ ୯୦୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୯୭ ହଜାର ୬୩୭କୁ ପାଇଛି । ଦେଶରେ ମୋଟ ଆକ୍ଟିଭ କେସ୍ ୫ ଲକ୍ଷ ୫୨ ହଜାର ୬୫୯, ସୁସ୍ଥ- ୨ କୋଟି ୯୩ ଲକ୍ଷ ୬୬ ହଜାର ୬୦୧। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।