You are currently viewing ଦିନକରେ ୪୬,୬୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଦିନକରେ ୪୬,୬୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ-୦୨.୦୭.୨୦୨୧, ଦେଶରେ ଦିନକରେ ୪୬ ହଜାର ୬୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୩ କୋଟି ୪ ଲକ୍ଷ ୫୮ ହଜାର ୨୫୧କୁ ବୃଦ୍ଧି ପାଇଛି । ଦେଶରେ ୨୪ ଘଣ୍ଟାରେ ୮୫୩ ଜଣଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୩୧୨କୁ ପାଇଛି । ଦେଶରେ ମୋଟ ଆକ୍ଟିଭ କେସ୍ ୫ ଲକ୍ଷ ୯ ହଜାର ୬୩୭ , ସୁସ୍ଥ- ୨ କୋଟି ୯୫ ଲକ୍ଷ ୪୮ ହଜାର ୩୦୨ । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।