You are currently viewing ଦିନକରେ ୪୩,୭୩୩ କରୋନା ଆକ୍ରାନ୍ତ ଚିହ୍ନଟ

ଦିନକରେ ୪୩,୭୩୩ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ-୦୭.୦୭.୨୦୨୧, ଦେଶରେ ଦିନକରେ ୪୩ ହଜାର ୭୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୩ କୋଟି ୬ ଲକ୍ଷ ୬୩ ହଜାର ୬୬୫କୁ ବୃଦ୍ଧି ପାଇଛି । ଦେଶରେ ୨୪ ଘଣ୍ଟାରେ ୯୩୦ ଜଣଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୦୪ ହଜାର ୨୨୧କୁ ପାଇଛି । ଦେଶରେ ମୋଟ ଆକ୍ଟିଭ କେସ୍ ୪ ଲକ୍ଷ ୫୯ ହଜାର ୯୨୦ , ସୁସ୍ଥ- ୨ କୋଟି ୯୭ ଲକ୍ଷ ୯୯ ହଜାର ୫୩୪ । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।