ନୂଆଦିଲ୍ଲୀ (୨୪.୩.୨୩) : ଦେଶରେ ପୁଣି ବୃଦ୍ଧି ପାଉଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଦେଶରୁ ୧୩୦୦ରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛି । ୧୪୦ ଦିନ ପରେ ଦେଶରେ ଦୈନିକ ସଂକ୍ରମଣ ୧୩୦୦ ଟପିବା ଚିନ୍ତାର କାରଣ ପାଲଟିିି । ଏଥିସହ କର୍ଣ୍ଣାଟକ, ଗୁଜରାଟ, ମହାରାଷ୍ଟ୍ରରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି ।ସେପଟେ କେରଳର ସ୍ଥିତି ବେହାଲ ହେବାରେ ଲାଗିଛି । ମୋଟ ସଂକ୍ରମିତଙ୍କ ମଧ୍ୟରୁ କେବଳ କେରଳରୁ ୧୭୨ଜଣ ରହିଛନ୍ତି । ୧୪ଟି ଜିଲ୍ଲାକୁ ହାଇଆଲର୍ଟ ରଖାଯାଇଛି । ସମସ୍ତ ସରକାରୀ ଓ ମେଡିକାଲ ହସପିଟାଲକୁ ଆବଶ୍ୟକୀୟ ଚିକିତ୍ସା ସାମଗ୍ରୀ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ମହାରାଷ୍ଟ୍ର, ଦିଲ୍ଲୀ, ହିମାଚଳପ୍ରଦେଶ, କେରଳ, ତାମିଲନାଡୁ. ରାଜସ୍ଥାନ, ଗୁଜରାଟ, କର୍ଣ୍ଣାଟକ ୮ଟି ରାଜ୍ୟରେ ସବୁଠୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି ଓ ଏହା ପଛରେ କୋଭିଡ ଏକ୍ସବିବି.୧.୧୬ ଭାରିଆଂଟ ରହିଥିବା ସ୍ୱାସ୍ଥ୍ୟ ବିଶେଷଜ୍ଞ କହିଛନ୍ତି । ଦେଶରେ କରୋନା ସଂକ୍ରମଣ ବଢୁଥିବା ବେଳେ ବୁଧବାର ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ବସିଥିବାବେଳେ ଗୁରୁବାର ସ୍ୱାସ୍ଥ୍ୟମନ୍ତ୍ରାଳୟ ମଧ୍ୟ ବୈଠକ କରିଛି । ଟେଷ୍ଟ, ଟ୍ରିଟମେଂଟ, ଟ୍ରାକ, ଟିକା ଉପର ଜୋର ଦେବା ସହ ସଚେତନ ରହିବାକୁ ପରାମର୍ଶ ଦିଆଯାଇଛି ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ