You are currently viewing ଦେଶରେ ଦିନକରେ ୧.୧୪ ଲକ୍ଷ କରୋନା ଆକ୍ରାନ୍ତ ଚିହ୍ନଟ, ୨୬୭୭ ମୃତ

ଦେଶରେ ଦିନକରେ ୧.୧୪ ଲକ୍ଷ କରୋନା ଆକ୍ରାନ୍ତ ଚିହ୍ନଟ, ୨୬୭୭ ମୃତ

ନୂଆଦିଲ୍ଲୀ-୦୬.୦୬.୨୦୨୧, ଦେଶରେ ଖସୁଛି ଆକ୍ରାନ୍ତଙ୍କ ସଂଖ୍ୟା । ଦେଶରେ ଦିନକରେ ୧ ଲକ୍ଷ ୧୪ ହଜାର ୪୬୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା୨,୮୮,୦୯,୩୩୯କୁ ବୃଦ୍ଧି ପାଇଛି । ଦେଶରେ ୨୪ ଘଣ୍ଟାରେ କୋରୋନା ନେଲା ୨୬୭୭ ଜଣଙ୍କ ଜୀବନ । ଏହାକୁ ମିଶାଇ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୩,୪୬,୭୫୯କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ଟିଭ କେସ୍- ୧୪,୭୭,୭୯୯ , ସୁସ୍ଥ- ୨,୬୯,୮୪,୭୮୧, ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।