You are currently viewing କରୋନା କାଳରେ ବିହାର ନିର୍ବାଚନ ପାଇଁ ତାରିଖ ଘୋଷଣା

କରୋନା କାଳରେ ବିହାର ନିର୍ବାଚନ ପାଇଁ ତାରିଖ ଘୋଷଣା

ନୂଆଦିଲ୍ଲୀ, ବିହାର ବିଧାନସଭା ନିର୍ବାଚନ ପାଇଁ ଆଜି ନିର୍ବାଚନ କମିଶନ ପକ୍ଷରୁ ତାରିଖ ଘୋଷଣା କରାଯାଇଛି। ବିହାରରେ ୩ଟି ପର୍ଯ୍ୟାୟରେ ନିର୍ବାଚନ ହେବ। ଅକ୍ଟୋବର ୨୮, ନଭେମ୍ବର ୩ ଓ ୭ରେ ‌ମତଦାତା ମତଦାନ କରିବେ। ଏହା ସହ ନଭେମ୍ବର ୧୦ରେ ଫଳାଫଳ ପ୍ରକାଶ ପାଇବ। ପ୍ରଥମ ପର୍ଯ୍ୟାୟରେ ୭୧ ବିଧାନସଭା ନିର୍ବାଚନମଣ୍ଡଳୀରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟରେ ୯୪ ବିଧାନସଭା ନିର୍ବାଚନମଣ୍ଡଳୀ ଏବଂ ତୃତୀୟ ପର୍ଯ୍ୟାୟରେ ୭୮ବିଧାନସଭା ନିର୍ବାଚନମଣ୍ଡଳୀରେ ମତଦାନ ହେବ।

ଅନ୍ୟମାନଙ୍କୁ ଜଣାନ୍ତୁ।