You are currently viewing ଦିଲ୍ଲୀରୁ ବିହାର ଅଭିମୁଖେ ଯିବା ଟ୍ରେନ୍‌ରେ ଅଗ୍ନିକାଣ୍ଡ: ୧୯ ଆହତ

ଦିଲ୍ଲୀରୁ ବିହାର ଅଭିମୁଖେ ଯିବା ଟ୍ରେନ୍‌ରେ ଅଗ୍ନିକାଣ୍ଡ: ୧୯ ଆହତ

ଉତ୍ତରପ୍ରଦେଶ: ଉତ୍ତର ପ୍ରଦେଶର ଇଟାୱା ଅଞ୍ଚଳରେ ‘ଦିଲ୍ଲୀ-ସହରସା ବୈଶାଳୀ ସୁପର୍‌ଫାଷ୍ଟ୍‌ ଏକ୍ସପ୍ରେସ୍‌’ର ଗୋଟିଏ କୋଚ୍‌ରେ ବୁଧବାର ରାତିରେ ନିଆଁ ଲାଗିଯିବାରୁ ଅନ୍ୟୂନ ୧୯ଜଣ ଯାତ୍ରୀ ଆହତ ହୋଇଥିବା କଥା ‘ଇଣ୍ଡିଆ ଟୁଡେ’ ରିପୋର୍ଟ କରିଛି।

ରେଳବାଇ ‘ସିଓ’ ଉଦୟ ଶଙ୍କର କହିଛନ୍ତି, ଟ୍ରେନ୍‌ଟି ଦିଲ୍ଲୀରୁ ବିହାରର ସହରସାକୁ ଯାଉଥିବା ବେଳେ ରାତି ପ୍ରାୟ ୨.୩୦ରେ ପାଣ୍ଟ୍ରି କାର୍‌ ନିକଟରେ ଥିବା ‘ଏସ୍‌୬’ କୋଚ୍‌ରେ ନିଆଁ ଲାଗିଯାଇଥିଲା। ତେବେ ଏହି ନିଆଁ କାହିଁକି ଏବଂ କିପରି ଲାଗିଲା, ତାହା ଜଣାପଡ଼ିନାହିଁ। ସେ ଆହୁରି ମଧ୍ୟ କହିଛନ୍ତି, ଏହି ଅଗ୍ନିକାଣ୍ଡ ଯୋଗୁଁ ୧୯ଜଣ ଯାତ୍ରୀ ଆହତ ହୋଇଛନ୍ତି। ନିଃଶ୍ବାସପ୍ରଶ୍ବାସଜନିତ ସମସ୍ୟା ଦେଖା ଦେବାରୁ ୧୧ଜଣ ଯାତ୍ରୀଙ୍କୁ ‘ପିଜିଆଇ’କୁ ରେଫର୍‌ କରାଯାଇଛି। ସେହିପରି ପୋଡ଼ିଯାଇ ସାମାନ୍ୟ ଆହତ ହୋଇଥିବା ବାକି ୮ଜଣ ଯାତ୍ରୀଙ୍କୁ ଜିଲ୍ଲା ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ନିଆଁ ଲାଗିବାର କାରଣ ଜାଣିବା ଲାଗି ତଦନ୍ତ କରାଯିବ।

 

 

ଅନ୍ୟମାନଙ୍କୁ ଜଣାନ୍ତୁ।