ନୂଆଦିଲ୍ଲୀ, ଇସ୍ରୋ ବୈଜ୍ଞାନିକ ତପନ ମିଶ୍ରଙ୍କୁ ବିଷ ଦେଇ ହତ୍ୟା ଉଦ୍ୟମ ଅଭିଯୋଗ । ଏନେଇ ସୋସିଆଲ ମିଡିଆରେ ଅଭିଯୋଗ ଆଣିଛନ୍ତି ତପନ ମିଶ୍ର । ମେ ୨୩, ୨୦୧୭ରେ ଆର୍ସେନିକ୍ ଟ୍ରାଇଅକ୍ସାଇଡ୍ ବିଷ ଦିଆଯାଇଥିଲା ।
କେନ୍ଦ୍ର ସରକାର ଏହି ଘଟଣାର ତଦନ୍ତ କରନ୍ତୁ ବୋଲି ଦାବି କରିଛନ୍ତି ବୈଜ୍ଞାନିକ । ୩ ବର୍ଷ ତଳେ ମେ ମାସ ୨୦୧୭ରେ ବିଷ ଦେଇ ମାରିଦେବାକୁ ଉଦ୍ୟମ ହୋଇଥିବା ଇଣ୍ଟରଭ୍ୟିୁରେ କହିଛନ୍ତି ବୈଜ୍ଞାନିକ । ଦୋଷା ଓ ଚଟଣିରେ ବିଷ ଦେଇ ମାରିଦେବାକୁ ଉଦ୍ୟମ ହୋଇଥିଲା । ଗୁରୁତ୍ବପୂର୍ଣ୍ଣ ପଦବୀରୁ ହଟାଇବାକୁ ଷଡ଼ଯନ୍ତ୍ର ହୋଇଥିବା ମଧ୍ୟ ଅଭିଯୋଗ କରିଛନ୍ତି ସେ। ବର୍ତ୍ତମାନ ISRO ରେ ସିନିୟର ପରାମର୍ଶଦାତା ଭାବରେ ନିଯୁକ୍ତି ପାଇଛନ୍ତି। ସେ ଏହାପୂର୍ବରୁ ଭାରତୀୟ ମହାକାଶ ଅନୁସନ୍ଧାନ ସଂଗଠନର ଅହମ୍ମଦାବାଦ ସ୍ଥିତ ସ୍ପେସ୍ ଆପ୍ଲିକେସନ୍ କେନ୍ଦ୍ରର ନିର୍ଦ୍ଦେଶକ ଭାବରେ କାର୍ୟ୍ୟ କରିଥିଲେ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ