You are currently viewing ଲତା ମଙ୍ଗେସକରଙ୍କ ବିୟୋଗରେ ଦୁଇ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା

ଲତା ମଙ୍ଗେସକରଙ୍କ ବିୟୋଗରେ ଦୁଇ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା

ମୁମ୍ବାଇ-୦୬.୦୨.୨୦୨୨, ଆଉ ନାହାନ୍ତି ସ୍ୱର ସାମ୍ରାଜ୍ଞୀ ଲତା ମଙ୍ଗେସକର । ଆଜି ସକାଳେ ୯୨ ବର୍ଷ ବୟସରେ ସ୍ୱର ସାମ୍ରାଜ୍ଞୀ ଲତା ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଲତାଙ୍କ ଦେହାନ୍ତରେ ପୂରା ଦେଶରେ ଶୋକର ଛାୟା ଖେଳିଯାଇଛି । ଏଥିପାଇଁ ଦେଶରେ ଦୁଇ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ଏହି ଦୁଇ ଦିନ  ଅର୍ଦ୍ଧନମିତ ହୋଇ ରହିବ ଭାରତୀୟ ଜାତୀୟ ପତାକା । ଅପରାହ୍ନ ୧୨ଟାରୁ ୩ଟା ପର୍ଯ୍ୟନ୍ତ ଶେଷଦର୍ଶନ କରିପାରିବେ ଲୋକେ । ଅପରାହ୍ନ ସାଢେ ୪ଟାରେ ଶିବାଜୀ ପାର୍କରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପର୍ଣ୍ଣ ହେବ  ।
ସୂଚନା ଅନୁଯାୟୀ, କରୋନାରେ ସଂକ୍ରମିତ ହେବା ପରେ ଗତ ଜାନୁଆରୀ ୮ ତାରିଖରେ ତାଙ୍କୁ ମେଡିକାଲରେ ଭର୍ତି କରାଯାଇଥିଲା । ସେ କୋଭିଡ୍ ୧୯ ଏବଂ ନିମୋନିଆ ରୋଗରୁ ସୁସ୍ଥ ହୋଇଥିଲେ । କିନ୍ତୁ ପରେ ପୁଣି ଥରେ ତାଙ୍କର ସ୍ୱାସ୍ଥ୍ୟବସ୍ଥା ବିଗିଡ଼ି ଯାଇଥିଲା ।

ଅନ୍ୟମାନଙ୍କୁ ଜଣାନ୍ତୁ।