You are currently viewing କରୋନାରେ ଆକ୍ରାନ୍ତ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ

କରୋନାରେ ଆକ୍ରାନ୍ତ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ

 ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ କରୋନା ଆକ୍ରାନ୍ତ ହୋଇଛନ୍ତି। ତାଙ୍କର ସ୍ବାବ ନମୁନା ପରୀକ୍ଷା ପାଇଁ ପଠାଯାଇଥିବା ବେଳେ ଏବେ ତାଙ୍କର ନମୁନା ରିପୋର୍ଟ ପଜିଟିଭ୍ ଆସିଛି। ଏ ନେଇ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଟୁଇଟ୍ କରି ଜଣାଇଛନ୍ତି। ଟୁଇଟରେ ସେ ଲେଖିଛନ୍ତି, ମୋର ପ୍ରିୟ ରାଜ୍ୟବାସୀ, ମୋ ଶରୀରରେ କୋଭିଡ-୧୯ର ଲକ୍ଷଣ ଦେଖାଯାଉଥିଲା। ଏବେ ମୁଁ ସ୍ବାବ ନମୁନା ପରୀକ୍ଷା କରାଇବା ପରେ ରିପୋର୍ଟ ପଜିଟିଭ୍ ଆସିଛି। ମୁଁ ମୋର ସବୁ ସାଥୀମାନଙ୍କୁ ଅନୁରୋଧ କରୁଛି କି, ଯେଉଁମାନେ ମୋ ସଂସ୍ପର୍ଶରେ ଆସିଛନ୍ତି ସେମାନେ ନିଜର କୋଭିଡ ପରୀକ୍ଷା କରାଇ ନିଅନ୍ତୁ ଏବଂ ନିଜକୁ ସଙ୍ଗରୋଧରେ ରଖନ୍ତୁ।

ଅନ୍ୟମାନଙ୍କୁ ଜଣାନ୍ତୁ।