ବାଙ୍ଗାଲୋର୦୩/୦୫, ମେଡିକାଲରେ ଭର୍ତ୍ତି ହୋଇଛନ୍ତି ବଲିଉଡର କିମ୍ବଦନ୍ତୀ ଅଭିନେତା ମିଥୁନ ଚକ୍ରବର୍ତ୍ତୀ । କିଡନୀରେ ଷ୍ଟୋନ ଯୋଗୁଁ ତାଙ୍କୁ ମେଡିକାଲରେ ଭର୍ତ୍ତି କରିବାକୁ ପଡିଥିଲା। ଯେଉଁଥିରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାର କୁହାଯାଇଥିଲା । ସୂଚନା ମୁତାବକ ମିଥୁନ ଚକ୍ରବର୍ତ୍ତୀ ହସ୍ପିଟାଲରେ ଭର୍ତ୍ତି ହେବାର ଚିତ୍ର ସୋସିଆଲ ମିଡିଆରେ ଭାଇରାଲ ହେବା ମାତ୍ରେ ତାଙ୍କ ପ୍ରଶଂସକମାନେ ଚିନ୍ତିତ ହୋଇଯାଇଥିଲେ । କେହି କେହି ଏହାକୁ ନେଇ ଗୁଜବ ସୃଷ୍ଟି କରିଥିବାରୁ ଶେଷରେ ମିଥୁନ ଚକ୍ରବର୍ତ୍ତୀଙ୍କ ପୁଅ ମିମୋହ ଚକ୍ରବର୍ତ୍ତୀ ଟ୍ୱିଟରରେ ସ୍ୱାସ୍ଥ୍ୟବସ୍ଥା ବାବଦରେ ବିସ୍ତୃତ ବିବରଣୀ ଦେଇଛନ୍ତି । ମିମୋହ କହିଛନ୍ତି ଯେ ବାପା ମିଥୁନ ଚକ୍ରବର୍ତ୍ତୀଙ୍କର ପେଟରେ ଯନ୍ତ୍ରଣା ହେବାରୁ ତାଙ୍କୁ ବାଙ୍ଗାଲୋରର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଆଉ ପରୀକ୍ଷା ପରେ ତାଙ୍କ କିଡନୀରେ ଷ୍ଟୋନ ଥିବାର ଜଣାପଡିଥିଲା । ବାଙ୍ଗାଲୋରରେ ତାଙ୍କର ସଫଳତାର ସହ ଅପରେସନ ହୋଇଥିବା ନେଇ ମିଥୁନଙ୍କ ପୁଅ ମିମୋହ ଚକ୍ରବର୍ତ୍ତୀ ଟ୍ୱିଟରରେ ସୂଚନା ଦେଇଛନ୍ତି। ବର୍ତ୍ତମାନ ସେ ସୁସ୍ଥ ଅଛନ୍ତି ବୋଲି ତାଙ୍କ ପୁଅ କହିଛନ୍ତି । ମେଡିକାଲରେ ମିଥୁନ ଚେତାଶୂନ୍ୟ ଅବସ୍ଥାରେ ଥିବାବେଳେ ଏକ ଫଟୋ ଭାଇରାଲ ହୋଇଥିଲା ।
ଚାକିରି ପାଇଁ ଚିନ୍ତିତ କି? ଆପଣାନ୍ତୁ ଏହିସବୁ ଉପାୟଏମାର ମଠ ପରିସରରୁ ବାହାରିଲା ଭଗ୍ନ ମୂର୍ତ୍ତିଦୁର୍ଘଟଣା ପରେ ଟ୍ରକରେ ଫସିଥିଲେ ଡ଼୍ରାଇଭରରାସ୍ତା କଡରେ ମୃତଦେହନବ ନିର୍ମିତ ଶିବ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ମହୋସ୍ଚବ ପାଳିତକେନ୍ଦ୍ରମନ୍ତ୍ରୀ ଙ୍କ ଉପରେ ଛାତ୍ର କଂଗ୍ରେସର କାଳି ମାଡ଼ପୁଣି ଆସୁଛି କାଳବୈଶାଖୀଇତିହାସ ରଚିଲା ଭାରତୀୟ ବ୍ୟାଡମିଣ୍ଟନ ଟିମ୍ଚଳଚଞ୍ଚଳ ରଥ ଖଳା, ମା’ ଚର୍ଚ୍ଚିକାଙ୍କ ନିକଟରେ ସିଂଗଡା ବାଡ଼ିଆ କାର୍ଯ୍ୟ ଆରମ୍ଭସରପଞ୍ଚଙ୍କୁ ଜିଆରଏସଙ୍କ ମାଡ଼ ମାରିବା ଅଭିଯୋଗରେ ଥାନରେ ଏତାଲା