You are currently viewing ଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ  ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସ

ଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସ

ନୂଆଦିଲ୍ଲୀ: ଆଜି ମଧ୍ୟପ୍ରଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମଧ୍ୟପ୍ରଦେଶ ଗସ୍ତରେ ଯାଇ ଗ୍ୱାଲିୟରରେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସୱେ ସମେତ ଅନେକ ପ୍ରକଳ୍ପର ଆଜି ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ। ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଜଳ ଜୀବନ ମିଶନ ଓ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ଭିତ୍ତିଭୂମି ମିଶନ ଅଧୀନରେ ଅନେକ ପ୍ରକଳ୍ପର ଶୁଭାରମ୍ଭ ମଧ୍ୟ କରିବେ। ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା ପ୍ରଦାନ କରାଯାଇଛି ।

ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ତରଫରୁ ଜାରି ହୋଇଥିବା ବିବୃତ୍ତିରେ କୁହାଯାଇଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଗସ୍ତ ସମୟରେ ୧୧,୮୯୫ କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଥିବା ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସୱେକୁ ଉଦଘାଟନ କରିବ। ଏଥିସହ ୧,୮୮୦ କୋଟିରୁ ଅଧିକ ବ୍ୟୟରେ ନିର୍ମିତ ହେବାକୁଥିବା ୫ଟି ସଡକ ପ୍ରକଳ୍ପ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିବେ।

ଅନ୍ୟମାନଙ୍କୁ ଜଣାନ୍ତୁ।