ନୂଆଦିଲ୍ଲୀ ୧୮/୦୩, ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବିରୋଧରେ ଗିରଫ ପରୱାନା ଜାରିକଲେ ଇଣ୍ଟରନ୍ୟାସନାଲ କୋର୍ଟ । ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବିରୋଧରେ ଗିରଫ ପରଓ୍ବାନା ଜାରିକଲେ ଇଣ୍ଟରନ୍ୟାସନାଲ କ୍ରିମିନାଲ କୋର୍ଟ। ୟୁକ୍ରେନ ଉପରେ ଆକ୍ରମଣ କରି ବଡ଼ ଅପରାଧ କରିଛନ୍ତି ପୁଟିନ । ୟୁକ୍ରେନ ଉପରେ ଆକ୍ରମଣ ଯୋଗୁଁ ହଜାର ହଜାର ଶିଶୁ, ମହିଳା ଓ ସାଧାରଣ ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ ଏଥିପାଇଁ ଦାୟୀ ପୁଟିନ୍। ତାଙ୍କୁ ଗିରଫ କରିବାର ଆବଶ୍ୟକତା ରହିଛି ବୋଲି ଇଣ୍ଟରନ୍ୟାସନାଲ କ୍ରିମିନାଲ କୋର୍ଟ କହିଛନ୍ତି । ଋଷ ଓ ୟୁକ୍ରେନ୍ ମଧ୍ୟରେ ବିବାଦକୁ ନେଇ ଶୁଣାଣି ହୋଇଥିବା ବେଳେ କୋର୍ଟ ଏହି ରାୟ ଦେଇଛନ୍ତି । ଏଥିସହ ଋଷିଆର ଶିଶୁ ଅଧିକାର କମିଶନରଙ୍କୁ ମଧ୍ୟ ଗିରଫ କରିବା ପାଇଁ ଆଦେଶ ଦେଇଛନ୍ତି ।ସେପଟେ ୟୁକ୍ରେନ ବିରୋଧରେ ଆକ୍ରମଣକୁ ଯୁଦ୍ଧ ବୋଲି କହିବାକୁ ନେଇ ଅସନ୍ତୋଷ ପ୍ରକାଶ କରିଛି ଋଷ । ଏହା ଏକ ଯୁଦ୍ଧ ନୁହେଁ ବରଂ ୟୁକ୍ରେନ ଋଷ ବିରୋଧରେ ନେଇଥିବା ବିଭିନ୍ନ ପଦକ୍ଷେପର ଜବାବ ଦିଆଯାଇଛି ବୋଲି କହିଛନ୍ତି । ଋଷ ଆକ୍ରମଣ କରିବା ପରେ ଲକ୍ଷାଧିକ ଲୋକଙ୍କ ଘର ଉଜୁଡି ଯାଇଛି । ଏହାକୁ ଓ୍ବାର କ୍ରାଇମ ବୋଲି କହିଛନ୍ତି ଇଣ୍ଟରନ୍ୟାସନାଲ କ୍ରିମିନାଲ କୋର୍ଟ ।
ନିଜକୁ ଗୁଳି କରି ଆତ୍ମହତ୍ୟାଆମେରିକାରେ ଅନୁପ୍ରବେଶ କରୁଥିବା ୬ ଜଣଙ୍କ ମୃତ୍ୟୁକୋଟିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଜାଣନ୍ତୁ କେଉଁଦିନ ନଖ କାଟିବେ ନାହିଁ୫ଟି ସଚିବଙ୍କ ମଧୁ ସ୍ମୃତି ପୀଠ ପରିଦର୍ଶନବିହାରରେ ବ୍ୟାପକ ହିଂସାANS NEWS SUPERFAST [email protected]ସାଉଦିଆରବରେ ପ୍ରବାସୀ ଓଡିଆଙ୍କ ଦ୍ୱାରା ପାଳିତ ହେଲା ଉତ୍କଳ ଦିବସନକଲି ସାର୍ଟିଫିକେଟ ମାମଲାରେ ବଲାଙ୍ଗୀର ଯାଇ ତଦନ୍ତ କରିବ କ୍ରାଇମବ୍ରାନଞ୍ଚମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କ ଝିଅକୁ ହତ୍ୟା ଧମକ