You are currently viewing ଥାନାରେ ସିସିଟିଭି ଲଗାଇବାକୁ କେନ୍ଦ୍ର ଓ ରାଜ୍ୟକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଥାନାରେ ସିସିଟିଭି ଲଗାଇବାକୁ କେନ୍ଦ୍ର ଓ ରାଜ୍ୟକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ(୨୩.୨.୨୩) :  ଥାନା ଓ ତଦନ୍ତକାରୀ ସଂସ୍ଥାଗୁଡ଼ିକର କାର୍ଯ୍ୟାଳୟରେ ସିସିଟିଭି କ୍ୟାମେରା ଲଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ଏହାକୁ ମାସକ ଭିତରେ କାର୍ଯ୍ୟକାରୀ କରିବାକୁ ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି । ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ ବିଆର ଗଭାଇଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ମାର୍ଚ୍ଚ ୨୯ ତାରିଖ ସୁ୍ଦ୍ଧା ଏନେଇ ସତ୍ୟପାଠ ଦାଖଲ କରିବାକୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ନିର୍ଦ୍ଦେଶ ଅନୁପାଳନ କରାନଗଲେ ସଂପୃକ୍ତ ଅଧିକାରୀଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୋର୍ଟ କହିଛନ୍ତି । ୨୦୧୭ ମସିହାରେ ହୋଇଥିବା ଏକ ମାମଲାକୁ ସୁପ୍ରିମକୋର୍ଟ ବିଚାରକୁ ନେଇ ମାନବ ଅଧିକାର ଉଲଙ୍ଘନ ରୋକିବା ପାଇଁ ସମସ୍ତ ଥାନାରେ ସିସିଟିଭି କ୍ୟାମେରା ଲଗାଇବା, ଅପରାଧ ସ୍ଥଳର ଭିଡିଓଗ୍ରାଫି ଏବଂ ସେଂଟ୍ରାଲ ଓଭରସାଇଟ୍ କମିଠି ଗଠନ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଏଥିପାଇଁ ଏକ ପ୍ୟାନେଲ ଗଠନ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଥିଲା ।

ଅନ୍ୟମାନଙ୍କୁ ଜଣାନ୍ତୁ।