voters

ଲୋକସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ 

ନୂଆଦିଲ୍ଲୀ(ଏଏନଏସ): ସୂଚନା ଅନୁଯାୟୀ ପ୍ରଥମ ପର୍ଯ୍ୟାୟରେ ୧୬କୋଟି ୬ଲକ୍ଷରୁ ଅଧିକ ଭୋଟର ମତଦାନ ଅଧିକାରକୁ ସାବ୍ୟସ୍ତ କରିବେ । ସେଥିମଧ୍ୟରୁ ୮କୋଟି ୪ଲକ୍ଷ ପୁରୁଷ ଓ ୮ କୋଟି ୨୩ ମହିଳା ଭୋଟର ଅଛନ୍ତି। ୩୫ କୋଟି ୬୭ଲକ୍ଷ  ଭୋଟର ପ୍ରଥମ ଥର ପାଇଁ ନିଜର ମତଦାନ କରିବେ । ଏଥିପାଇଁ ୧୮ ଲକ୍ଷ ପୋଲିଂ କର୍ମଚାରୀ ନିଯୁକ୍ତ ହୋଇଛନ୍ତି । ୧୦୨ ଲୋକସଭା ଆସନରେ ହେବାକୁ ଥିବା ମତଦାନରେ ତାମିଲନାଡୁର ସର୍ବାଧିକ ୩୯ ଟି ଆସନ ରହିଥିବା ବେଳେ ରାଜସ୍ଥାନର ୧୨, ୟୁପିର ୮, ଉତରାଖଣ୍ଡର ୫, ବିହାରର ୪, ଆସାମର ୪, ମଧ୍ୟପ୍ରଦେଶର ୬, ଅରୁଣାଚଳ ପ୍ରଦେଶର ୨ ଟି ଆସନରେ ଭୋଟ୍ ଗ୍ରହଣ ହେଉଛି। ସେହିପରି ପଶ୍ଚିମବଙ୍ଗର୩, ମହାରାଷ୍ଟ୍ରର ୫ ଏବଂ ଛତିଶଗଡ଼, ତ୍ରିପୁରା, ଜମ୍ମୁ-କାଶ୍ମୀର, ଆଣ୍ଡାମାନ ନିକୋବର, ଲାକ୍ଷାଦୀପ ଓ ପୁଡୁଚେରୀର ଗୋଟିଏ ଲେଖାଏଁ ଆସନରେ ଭୋଟ୍ ଗ୍ରହଣ ହେବ । 

ଏଥିସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି ଯୁବ ବନ୍ଧୁମାନଙ୍କୁ ଭୋଟ ଦେବା ପାଇଁ ଅନୁରୋଧ କରିଛନ୍ତି । ସେମାନେ ବହୁ ସଂଖ୍ୟାରେ ଭୋଟ୍ ଦିଅନ୍ତୁ । ଗଣତନ୍ତ୍ରରେ ପ୍ରତ୍ୟେକ ଭୋଟ୍ ମୂଲ୍ୟବାନ ଏବଂ ପ୍ରତ୍ୟେକ ସ୍ୱର ଗୁରୁତ୍ୱପୂର୍ଣ୍ଣ ।

ଅନ୍ୟମାନଙ୍କୁ ଜଣାନ୍ତୁ।