ଏଏନଏସ୍: ଆଜି ଲୋକସଭାରେ ଆଗତ ହେବ ମହିଳା ସଂରକ୍ଷଣ ବିଲ୍ । ନୂଆ ସଂସଦ ଭବନରେ ବସିବାକୁ ଥିବା ସ୍ୱତନ୍ତ୍ର ଅଧିବେଶନରେ ଏହି ବିଲ୍ ଆଗତ ହେବ। ଯାହା ପାସ୍ ହେବା ପରେ ମହିଳାଙ୍କ ପାଇଁ ସଂସଦରେ ୩୩ ପ୍ରତିଶତ ସିଟ୍ ସଂରକ୍ଷିତ ରହିବ ।
ମହିଳା ସଂରକ୍ଷଣ ବିଲକୁ ନେଇ ବିଭିନ୍ନ ରାଜନେତାମାନେ ପ୍ରତିକ୍ରିୟା ରଖିଛନ୍ତି । ଏନେଇ ମେନକା ଗାନ୍ଧୀ କହିଛନ୍ତି, ଆଜି ହେଉଛି ଏକ ଐତିହାସିକ ଦିନ ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧୀନ ସରକାରରେ ଆଜି ମହିଳାଙ୍କୁ ଏପରି ଅଧିକାର ମିଳିବାକୁ ଯାଉଛି, ଯାହାଫଳରେ ମହିଳାମାନଙ୍କର ଭାଗ୍ୟ ବଦଳିଯିବ ବୋଲି ସେ କହିଛନ୍ତି । ଅନ୍ୟପଟେ ଜାମ୍ମୁକାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତି ମଧ୍ୟ ଏହି ବିଲକୁ ସମର୍ଥନ କରିଛନ୍ତି ।