ଭୁବନେଶ୍ୱର, ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେବାରେ ଲାଗିଛି । ବଙ୍ଗୋପସାଗରରେ ଏହି ଲଘୁଚାପ ଅବପାତର ରୂପ ନେଇଛି । ବିଶାଖାପାଟଣାଠାରୁ ୪୩୦ କିମି ଦକ୍ଷିଣ-ଦକ୍ଷିଣପୂର୍ବରେ ଏହା କେନ୍ଦ୍ରୀଭୂତ ହୋଇଛି । ଆସନ୍ତା ୨୪ ଘଣ୍ଟାରେ ଏହା ଗଭୀର ଅବପାତର ରୂପ ନେବାର ଆଶଙ୍କା ମଧ୍ୟ ରହିଛି । ଆସନ୍ତାକାଲି ରାତିରେ ଉତ୍ତର ଆନ୍ଧ୍ରପ୍ରଦେଶ ଅତିକ୍ରମ କରିବ ଏହି ଅବପାତ । ଏହାର ପ୍ରଭାବରେ ଆଜି ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୫୦ରୁ ୬୦ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି ।