You are currently viewing ଆଜି କରୋନା ନେଲା ପୁଣି ୧୦ ମୁଣ୍ଡ

ଆଜି କରୋନା ନେଲା ପୁଣି ୧୦ ମୁଣ୍ଡ

ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୧୪୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଗଞ୍ଜାମ ଜିଲ୍ଲାରୁ ୪, ଖୋର୍ଦ୍ଧାରୁ ୩, ଯାଜପୁର, କଳାହାଣ୍ଡି ଓ ସୁନ୍ଦରଗଡ଼ ରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି।

ଅନ୍ୟମାନଙ୍କୁ ଜଣାନ୍ତୁ।