You are currently viewing ଆଜି କରୋନା ନେଲା ପୁଣି ୧୧ ଜୀବନ
Hyderabad: Medical workers attend to a suspected coronavirus patient (L), who travelled from Dubai, as he is shifted to the isolation ward of Gandhi Hospital, in Hyderabad, Thursday, March 19, 2020. (PTI Photo)(PTI19-03-2020_000132B)

ଆଜି କରୋନା ନେଲା ପୁଣି ୧୧ ଜୀବନ

ଭୁବନେଶ୍ୱର, ରାଜ୍ୟରେ ଆଜି ୩୦୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୦୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧା, ପୁରୀ ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି କଟକ, ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ ଓ ରାୟଗଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।