ଆଜି କରୋନା ନେଲା ୧୫ ମୁଣ୍ଡ

ଭୁବନେଶ୍ୱର, ରାଜ୍ୟରେ ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୪୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ସର୍ବାଧିକ ସମ୍ବଲପୁରରୁ ୩ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବଲାଙ୍ଗୀର, ବରଗଡ଼ ଓ ଭୁବନେଶ୍ବରରୁ ୨ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଖୋର୍ଦ୍ଧା, କଟକ, ଦେବଗଡ଼, ଗଞ୍ଜାମ, ଝାରସୁଗୁଡା ଓ ସୁନ୍ଦରଗଡ ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Leave A Reply

Your email address will not be published.