You are currently viewing ଆଜି କରୋନା ନେଲା ୧୫ ମୁଣ୍ଡ

ଆଜି କରୋନା ନେଲା ୧୫ ମୁଣ୍ଡ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର, ଆଜି ରାଜ୍ୟରେ ୩୩୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୦୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧା ଓ କଟକରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି କେନ୍ଦ୍ରାପଡା ୨ ଜଣ, ବୌଦ୍ଧ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦୁଝର, କୋରାପୁଟ, ମାଲକାନଗିରି ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।