You are currently viewing ଆଜି କରୋନା ନେଲା ୧୭ ଜୀବନ

ଆଜି କରୋନା ନେଲା ୧୭ ଜୀବନ

ଭୁବନେଶ୍ୱର, ରାଜ୍ୟରେ ଆଜି ୨୪୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦୭୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ଭୁବନେଶ୍ୱରରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି କଟକରୁ ୩, ଗଞ୍ଜାମ ଓ ସୁନ୍ଦରଗଡରୁ ୨ ଜଣ ଲେଖାଏଁ, ନୟାଗଡ, ଯାଜପୁର, ବାଲେଶ୍ୱର, ବୌଦ୍ଧ, କଳାହାଣ୍ଡି, ରାଉରକେଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।