ଆଜି ସର୍ବାଧିକ ୭୫୫ଜଣ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଆଜି ସର୍ବାଧିକ ୭୫୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୯୫୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୨୪୭ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୫୦୮ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ୨୨ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ଏଣେ ରାଜ୍ୟରେ ମୋଟ୍ ୭୪୦୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୪୭୬ ରହିଛି।

Leave A Reply

Your email address will not be published.